Menu

ପ୍ରଥମ ବଂଶାବଳୀ 24

IRV

1 ହାରୋଣ-ସନ୍ତାନଗଣର ପାଳିର ବୃତ୍ତାନ୍ତ। ହାରୋଣଙ୍କର ପୁତ୍ର ନାଦବ୍‍, ଅବୀହୂ, ଇଲୀୟାସର ଓ ଈଥାମର।

2 ମାତ୍ର ନାଦବ୍‍, ଅବୀହୂ ଆପଣାମାନଙ୍କ ପିତାଙ୍କ ଆଗେ ମଲେ ଓ ସେମାନଙ୍କର ସନ୍ତାନ ନ ଥିଲା; ଏହେତୁ ଇଲୀୟାସର ଓ ଈଥାମର ଯାଜକର କାର୍ଯ୍ୟ କଲେ।

3 ଆଉ ଦାଉଦ ଓ ଇଲୀୟାସରର ସନ୍ତାନ ସାଦୋକ ଓ ଈଥାମରର ସନ୍ତାନ ଅହୀମେଲକ୍‍, ଯାଜକମାନଙ୍କୁ ସେମାନଙ୍କ ଶ୍ରେଣୀ ଅନୁସାରେ ସେବାକର୍ମରେ ବିଭକ୍ତ କଲେ।

4 ପୁଣି, ଈଥାମରର ସନ୍ତାନଗଣ ଅପେକ୍ଷା ଇଲୀୟାସରର ସନ୍ତାନଗଣ ମଧ୍ୟରେ ଅନେକ ପ୍ରଧାନ ପୁରୁଷ ଥିଲେ; ସେମାନେ ଏହିରୂପେ ବିଭକ୍ତ ହେଲେ, ଯଥା, ଇଲୀୟାସରର ସନ୍ତାନଗଣ ମଧ୍ୟରେ ଷୋଳ ଜଣ ପିତୃବଂଶର ପ୍ରଧାନ ଥିଲେ; ଆଉ ଈଥାମରର ସନ୍ତାନଗଣ ମଧ୍ୟରେ ଆପଣା ଆପଣା ପିତୃବଂଶାନୁସାରେ ଆଠ ଜଣ ଥିଲେ।

5 ଏହିରୂପେ ସେମାନେ ଅବଶେଷରେ ଗୁଲିବାଣ୍ଟ ଦ୍ୱାରା ବିଭକ୍ତ କରାଗଲେ; କାରଣ, ଇଲୀୟାସର ଓ ଈଥାମର, ଉଭୟର ସନ୍ତାନଗଣ ମଧ୍ୟରୁ ପବିତ୍ର ସ୍ଥାନର ଅଧିପତି ଓ ପରମେଶ୍ୱରଙ୍କ ଗୃହର ଅଧିପତି ହେଲେ।

6 ପୁଣି, ରାଜାଙ୍କର, ଅଧିପତିମାନଙ୍କର, ସାଦୋକ ଯାଜକର, ଅବୀୟାଥରର ପୁତ୍ର ଅହୀମେଲକ୍‍ର, ଯାଜକୀୟ ଓ ଲେବୀୟ ପିତୃବଂଶର ପ୍ରଧାନମାନଙ୍କ ସାକ୍ଷାତରେ ଲେବୀ ବଂଶଜାତ ନଥନେଲର ପୁତ୍ର ଶମୟୀୟ ଲେଖକ ସେମାନଙ୍କ ନାମ ଲେଖିଲା; ଇଲୀୟାସର ନିମନ୍ତେ ଏକ ପିତୃବଂଶ ଓ ଈଥାମର ନିମନ୍ତେ ଏକ ପିତୃବଂଶ ଗ୍ରହଣ କରାଗଲା।

7 ପ୍ରଥମ ଗୁଲିବାଣ୍ଟ ଯିହୋୟାରୀବ୍‍ ପାଇଁ ଉଠିଲା, ଦ୍ୱିତୀୟ ଯିଦୟୀୟ ପାଇଁ;

8 ତୃତୀୟ ହାରୀମ୍‍ ପାଇଁ, ଚତୁର୍ଥ ସୀୟୋରୀମ୍‍ ପାଇଁ;

9 ପଞ୍ଚମ ମଲ୍‍କୀୟ ପାଇଁ; ଷଷ୍ଠ ମିୟାମୀନ୍‍ ପାଇଁ;

10 ସପ୍ତମ ହକ୍କୋସ୍‍ ପାଇଁ, ଅଷ୍ଟମ ଅବୀୟ ପାଇଁ;

11 ନବମ ଯେଶୂୟ ପାଇଁ; ଦଶମ ଶଖନୀୟ ପାଇଁ;

12 ଏକାଦଶ ଇଲୀୟାଶୀବ ପାଇଁ, ଦ୍ୱାଦଶ ଯାକୀମ୍‍ ପାଇଁ;

13 ତ୍ରୟୋଦଶ ହୁପ୍ପା ପାଇଁ, ଚତୁର୍ଦ୍ଦଶ ଯେଶବା ପାଇଁ;

14 ପଞ୍ଚଦଶ ବିଲ୍ଗା ପାଇଁ, ଷୋଡ଼ଶ ଇମ୍ମେର ପାଇଁ;

15 ସପ୍ତଦଶ ହେଷୀର ପାଇଁ, ଅଷ୍ଟାଦଶ ହିପ୍ପି ପାଇଁ;

16 ଊନବିଂଶ ପଥାହୀୟ ପାଇଁ, ବିଂଶ ଯିହିଷ୍କେଲ ପାଇଁ;

17 ଏକବିଂଶ ଯାଖୀନ୍‍ ପାଇଁ, ଦ୍ୱାବିଂଶ ଗାମୂଲ୍‍ ପାଇଁ;

18 ତ୍ରୟୋବିଂଶ ଦଲୟିୟ ପାଇଁ, ଚତୁର୍ବିଂଶ ମାସୀୟ ପାଇଁ ଉଠିଲା।

19 ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଆଜ୍ଞାନୁସାରେ ସେମାନଙ୍କ ପିତା ହାରୋଣଙ୍କ ଦ୍ୱାରା ସେମାନଙ୍କ ପାଇଁ ନିରୂପିତ ବିଧି ଅନୁଯାୟୀ ସଦାପ୍ରଭୁଙ୍କ ଗୃହରେ ଉପସ୍ଥିତ ହେବା ବିଷୟରେ ସେମାନଙ୍କ ସେବାକର୍ମ ନିମନ୍ତେ ଏହି ଶ୍ରେଣୀ ହେଲା।

20 ଲେବୀର ଅବଶିଷ୍ଟ ସନ୍ତାନମାନଙ୍କ କଥା। ଅମ୍ରାମ୍‍ର ସନ୍ତାନମାନଙ୍କ ମଧ୍ୟରେ ଶୂୟେଲ; ଶବୂୟେଲର ସନ୍ତାନମାନଙ୍କ ମଧ୍ୟରେ ଯେହଦୀୟ।

21 ରହବୀୟର କଥା; ରହବୀୟ-ସନ୍ତାନଗଣ ମଧ୍ୟରେ ଯିଶୀୟ ପ୍ରଧାନ।

22 ଯିଷ୍‍ହରୀୟମାନଙ୍କ ମଧ୍ୟରେ ଶଲୋମୀତ୍‍; ଶଲୋମୀତ୍‍ର ପୁତ୍ରମାନଙ୍କ ମଧ୍ୟରେ ଯହତ୍‍।

23 ହିବ୍ରୋଣର ପୁତ୍ର ଯିରୀୟ ପ୍ରଥମ, ଦ୍ୱିତୀୟ ଅମରୀୟ, ତୃତୀୟ ଯହସୀୟେଲ, ଚତୁର୍ଥ ଯିକ୍‍ମୀୟାମ୍‍।

24 ଉଷୀୟେଲର ପୁତ୍ର ମୀଖା; ମୀଖାର ପୁତ୍ରମାନଙ୍କ ମଧ୍ୟରେ ଶାମୀର୍‍।

25 ମୀଖାର ଭ୍ରାତା ଯିଶୀୟ; ଯିଶୀୟର ପୁତ୍ରମାନଙ୍କ ମଧ୍ୟରେ ଜିଖରୀୟ।

26 ମରାରିର ପୁତ୍ର ମହଲି ଓ ମୂଶି; ଯାସୀୟର ପୁତ୍ର ବିନୋ।

27 ମରାରିର ସନ୍ତାନଗଣ ଯାସୀୟର ପୁତ୍ର ବିନୋ, ଶୋହମ୍‍, ସକ୍କୁର ଓ ଇବ୍ରି।

28 ମହଲିର ପୁତ୍ର ଇଲୀୟାସର, ଏହାର ପୁତ୍ର ନ ଥିଲେ।

29 କୀଶ୍‍ର କଥା; କୀଶ୍‍ର ପୁତ୍ର ଯିରହମେଲ।

30 ପୁଣି, ମୂଶିର ପୁତ୍ର ମହଲି, ଏଦର ଓ ଯିରେମୋତ୍‍। ଏମାନେ ଆପଣା ଆପଣା ପିତୃବଂଶାନୁସାରେ ଲେବୀର ସନ୍ତାନ।

31 ଏମାନେ ହିଁ ଆପଣାମାନଙ୍କ ଭ୍ରାତା ହାରୋଣ-ସନ୍ତାନଗଣ ତୁଲ୍ୟ ଦାଉଦ ରାଜା, ସାଦୋକ ଓ ଅହୀମେଲକ୍‍, ପୁଣି, ଯାଜକୀୟ ଓ ଲେବୀୟ ପିତୃବଂଶର ପ୍ରଧାନମାନଙ୍କ ସାକ୍ଷାତରେ ଗୁଲିବାଣ୍ଟ କଲେ; ପୁଣି, ବଂଶର ପ୍ରଧାନ ଲୋକ ଯେପରି କଲା, ତାହାର କନିଷ୍ଠ ଭ୍ରାତା ହିଁ ସେହିପରି କଲା।

Everything we make is available for free because of a generous community of supporters.

Donate