Menu

ଗୀତସଂହିତା 23

IRV

1 ସଦାପ୍ରଭୁ ମୋହର ପ୍ରତିପାଳକ; ମୋହର ଅଭାବ ହେବ ନାହିଁ।

2 ସେ କୋମଳ ତୃଣମୟ ସ୍ଥାନରେ ମୋତେ ଶୟନ କରାନ୍ତି; ସେ ସ୍ଥିର ଜଳ ପାଖେ ପାଖେ ମୋତେ କଢ଼ାଇ ନିଅନ୍ତି।

3 ସେ ମୋʼ ପ୍ରାଣକୁ ସୁସ୍ଥ କରନ୍ତି, ସେ ଆପଣା ନାମ ସକାଶୁ ଧର୍ମ ପଥରେ ମୋତେ କଢ଼ାଇ ନିଅନ୍ତି।

4 ଏଣୁ ମୁଁ ମୃତ୍ୟୁୁଚ୍ଛାୟାରୂପ ଉପତ୍ୟକା ଦେଇ ଗମନ କଲେ ହେଁ କୌଣସି ଆପଦକୁ ଭୟ କରିବି ନାହିଁ; କାରଣ ତୁମ୍ଭେ ମୋହର ସହବର୍ତ୍ତୀ, ତୁମ୍ଭର ପାଞ୍ଚଣ ଓ ତୁମ୍ଭର ବାଡ଼ି ମୋତେ ସାନ୍ତ୍ୱନା ଦିଅନ୍ତି।

5 ତୁମ୍ଭେ ମୋʼ ଶତ୍ରୁଗଣଙ୍କ ସାକ୍ଷାତରେ ମୋʼ ସମ୍ମୁଖରେ ମେଜ ସଜାଉଅଛ; ତୁମ୍ଭେ ତୈଳରେ ମୋʼ ମସ୍ତକ ସିକ୍ତ କରିଅଛ; ମୋʼ ପାନପାତ୍ର ଉଚ୍ଛୁଳି ପଡ଼ୁଅଛି।

6 ନିଶ୍ଚୟ ମଙ୍ଗଳ ଓ ଦୟା ମୋହର ଜୀବନଯାଏ ମୋହର ପଶ୍ଚାଦ୍‍ଗାମୀ ହେବ; ପୁଣି, ମୁଁ ସର୍ବଦା ସଦାପ୍ରଭୁଙ୍କ ଗୃହରେ ବାସ କରିବି।

Everything we make is available for free because of a generous community of supporters.

Donate