Menu

ଗୀତସଂହିତା 6

IRV

1 ହେ ସଦାପ୍ରଭୋ, ତୁମ୍ଭ କ୍ରୋଧରେ ମୋତେ ଅନୁଯୋଗ କର ନାହିଁ, କିଅବା ତୁମ୍ଭ ପ୍ରଚଣ୍ଡ ବିରକ୍ତିରେ ମୋତେ ଶାସନ କର ନାହିଁ।

2 ହେ ସଦାପ୍ରଭୋ, ମୋତେ ଦୟା କର; କାରଣ ମୁଁ ଶୁଷ୍କ ହୋଇ ଯାଇଅଛି; ହେ ସଦାପ୍ରଭୋ, ମୋତେ ସୁସ୍ଥ କର; କାରଣ ମୋʼ ର ଅସ୍ଥିସବୁ ବ୍ୟାକୁଳ ହେଉଅଛି।

3 ମୋହର ପ୍ରାଣ ମଧ୍ୟ ଅତ୍ୟନ୍ତ ବ୍ୟାକୁଳ ହେଉଅଛି; ପୁଣି, ତୁମ୍ଭେ, ହେ ସଦାପ୍ରଭୋ, ଆଉ କେତେ କାଳ?

4 ହେ ସଦାପ୍ରଭୋ, ଫେର, ମୋʼ ପ୍ରାଣକୁ ଉଦ୍ଧାର କର; ଆପଣା ସ୍ନେହପୂର୍ଣ୍ଣ କରୁଣା ସକାଶୁ ମୋତେ ପରିତ୍ରାଣ କର।

5 କାରଣ ମରଣାବସ୍ଥାରେ ତୁମ୍ଭ ବିଷୟକ କୌଣସି ସ୍ମରଣ ନ ଥାଏ; ପାତାଳରେ କିଏ ତୁମ୍ଭକୁ ଧନ୍ୟବାଦ ଦେବ?

6 ମୁଁ ଆପଣା କାତରୋକ୍ତିରେ କ୍ଳାନ୍ତ ହୋଇଅଛି; ପ୍ରତି ରାତ୍ରି ମୁଁ ଆପଣା ଶଯ୍ୟା ଭସାଏ, ମୁଁ ଲୋତକରେ ଆପଣା ବିଛଣା ତିନ୍ତାଏ।

7 ଦୁଃଖ ସକାଶୁ ମୋର ଚକ୍ଷୁ କ୍ଷୀଣ ହୋଇଯାଏ; ମୋହର ସକଳ ବିପକ୍ଷଙ୍କ ସକାଶୁ ତାହା ଜୀର୍ଣ୍ଣ ହୋଇଯାଏ।

8 ହେ ଅଧର୍ମାଚାରୀ ସମସ୍ତେ, ମୋହର ନିକଟରୁ ଦୂର ହୁଅ; କାରଣ ସଦାପ୍ରଭୁ ମୋʼ ରୋଦନର ରବ ଶୁଣିଅଛନ୍ତି।

9 ସଦାପ୍ରଭୁ ମୋହର ନିବେଦନ ଶୁଣିଅଛନ୍ତି; ସଦାପ୍ରଭୁ ମୋହର ପ୍ରାର୍ଥନା ଗ୍ରହଣ କରିବେ।

10 ମୋହର ଶତ୍ରୁ ସମସ୍ତେ ଲଜ୍ଜିତ ଓ ଅତ୍ୟନ୍ତ ବ୍ୟାକୁଳ ହେବେ; ସେମାନେ ଫେରିଯିବେ, ସେମାନେ ହଠାତ୍‍ ଲଜ୍ଜିତ ହେବେ।

Everything we make is available for free because of a generous community of supporters.

Donate