Menu

ଗୀତସଂହିତା 60

IRV

1 ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କୁ ଦୂର କରିଅଛ, ତୁମ୍ଭେ ଆମ୍ଭମାନଙ୍କୁ ଭାଙ୍ଗି ପକାଇଅଛ; ତୁମ୍ଭେ କ୍ରୁଦ୍ଧ ହୋଇଅଛ; ଆମ୍ଭମାନଙ୍କୁ ପୁନଃସ୍ଥାପନ କର।

2 ତୁମ୍ଭେ ଦେଶକୁ କମ୍ପିତ କରିଅଛ; ତୁମ୍ଭେ ତାହାକୁ ବିଦୀର୍ଣ୍ଣ କରିଅଛ; ତହିଁର ଭଗ୍ନସ୍ଥାନର ପ୍ରତିକାର କର; କାରଣ ତାହା ଟଳଟଳ ହେଉଅଛି।

3 ତୁମ୍ଭେ ଆପଣା ଲୋକମାନଙ୍କୁ କଠିନ ବିଷୟ ଦେଖାଇଅଛ; ତୁମ୍ଭେ ଆମ୍ଭମାନଙ୍କୁ ଟଳମଳକାରିଣୀ ମଦିରା ପାନ କରାଇଅଛ।

4 ସତ୍ୟତା ପକ୍ଷରେ ପ୍ରକାଶ କରିବା ନିମନ୍ତେ ତୁମ୍ଭେ ଆପଣା ଭୟକାରୀମାନଙ୍କୁ ଏକ ପତାକା ଦେଇଅଛ। [ସେଲା]

5 ଯେପରି ତୁମ୍ଭ ପ୍ରିୟତମ ଉଦ୍ଧାର ପାଇବ, ଏଥିପାଇଁ ତୁମ୍ଭେ ଆପଣା ଦକ୍ଷିଣ ହସ୍ତରେ ପରିତ୍ରାଣ କର ଓ ଆମ୍ଭମାନଙ୍କୁ ଉତ୍ତର ଦିଅ।

6 ପରମେଶ୍ୱର ଆପଣା ପବିତ୍ର ସ୍ଥାନରେ କହିଅଛନ୍ତି; “ଆମ୍ଭେ ଉଲ୍ଲାସ କରିବା; ଆମ୍ଭେ ଶିଖିମକୁ ବିଭାଗ କରିବା ଓ ସୁକ୍କୋତ ଉପତ୍ୟକାକୁ ମାପିବା।

7 ଗିଲୀୟଦ ଆମ୍ଭର ଓ ମନଃଶି ଆମ୍ଭର; ମଧ୍ୟ ଇଫ୍ରୟିମ ଆମ୍ଭ ମସ୍ତକର ଆଶ୍ରୟ; ଯିହୁଦା ଆମ୍ଭର ରାଜଦଣ୍ଡ।

8 ମୋୟାବ ଆମ୍ଭର ପ୍ରକ୍ଷାଳନ-ପାତ୍ର; ଆମ୍ଭେ ଇଦୋମ ଉପରେ ଆପଣା ପାଦୁକା ପକାଇବା; ହେ ପଲେଷ୍ଟୀୟା, ତୁମ୍ଭେ ଆମ୍ଭ ସକାଶୁ ଉଚ୍ଚଧ୍ୱନି କର।”

9 କିଏ ମୋତେ ଦୃଢ଼ ନଗରକୁ ଆଣିବ? କିଏ ମୋତେ ଇଦୋମ ଦେଶ ପର୍ଯ୍ୟନ୍ତ କଢ଼ାଇ ନେବ?

10 ହେ ପରମେଶ୍ୱର, ତୁମ୍ଭେ କି ଆମ୍ଭମାନଙ୍କୁ ଦୂର କରି ନାହଁ? ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କ ସୈନ୍ୟ ସଙ୍ଗେ ଗମନ କରୁ ନାହଁ।

11 ବିପକ୍ଷ ପ୍ରତିକୂଳରେ ଆମ୍ଭମାନଙ୍କୁ ସାହାଯ୍ୟ ଦାନ କର; କାରଣ ମନୁଷ୍ୟର ସାହାଯ୍ୟ ବୃଥା।

12 ପରମେଶ୍ୱରଙ୍କ ଦ୍ୱାରା ଆମ୍ଭେମାନେ ବୀରର କର୍ମ କରିବା; ଯେହେତୁ ସେ ଆମ୍ଭମାନଙ୍କ ବିପକ୍ଷଗଣକୁ ଦଳି ପକାଇବେ।

Everything we make is available for free because of a generous community of supporters.

Donate